୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୬: ଗତ ଜୁନ ୧୨ ତାରିଖରେ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି। ଗତ ୫ ଦିନ ଧରି ଏହିପରି ଅନେକ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି। ସମସ୍ତେ ପ୍ରାୟ ଖୁସି, ଆନନ୍ଦ, ବିଶ୍ବାସ ଓ ଭରସା ନେଇ ଫେରୁଛନ୍ତି। ନିଜ ବାସଗୃହଠାରୁ ଆରମ୍ଭକରି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସବୁଠାରେ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ମିଳୁଛି। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା […] The post ୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୬: ଗତ ଜୁନ ୧୨ ତାରିଖରେ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି। ଗତ ୫ ଦିନ ଧରି ଏହିପରି ଅନେକ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି। ସମସ୍ତେ ପ୍ରାୟ ଖୁସି, ଆନନ୍ଦ, ବିଶ୍ବାସ ଓ ଭରସା ନେଇ ଫେରୁଛନ୍ତି। ନିଜ ବାସଗୃହଠାରୁ ଆରମ୍ଭକରି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସବୁଠାରେ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ମିଳୁଛି। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ କୌଣସିଠାରେ ସାଧାରଣ ଲୋକଙ୍କ ପାଇଁ କିଛି ପ୍ରତିବନ୍ଧକ ନାହିଁ। ୧୨ ତାରିଖରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସି ପ୍ରାୟ ୧ ଲକ୍ଷ ମହିଳା, ଛୋଟପିଲା ଏବଂ ସାଧାରଣ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେଣି। ବର୍ତ୍ତମାନ ପର୍ଯ୍ୟନ୍ତ କେହି ଜଣେ ବି ହେଲେ ମୁଖ୍ୟମନ୍ତ୍ରୀଙ୍କୁ ନ ଭେଟି ନିରାଶ ହୋଇ ଯାଇନାହାନ୍ତି, ସମସ୍ତେ ଶୃଙ୍ଖଳିତ ଭାବେ ଧାଡିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି ଓ ଦୁଇପଦ କଥା ହେଉଛନ୍ତି।

The post ୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ appeared first on Dharitri Odia News.