୫ ଦିନରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା
ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାରେ ରବିବାର ତାପମାତ୍ରା ୩୭ ଡିଗ୍ରୀ ସେଲ୍ସିୟସ ଉପରେ ଥିବା ରେକର୍ଡ କରାଯାଇଛି। ତେବେ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲାରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ସହ କିଛି ଜିଲାରେ ୪୦ ଡିଗ୍ରୀ ସେଲ୍ସିୟସ ଅତିକ୍ରମ କରିବା ସମ୍ଭାବନା ରହିଛି। ରାତି ତାପମାତ୍ରା ମଧ୍ୟ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ପାଣିପାଗ […] The post ୫ ଦିନରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା appeared first on Dharitri Odia News.
ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାରେ ରବିବାର ତାପମାତ୍ରା ୩୭ ଡିଗ୍ରୀ ସେଲ୍ସିୟସ ଉପରେ ଥିବା ରେକର୍ଡ କରାଯାଇଛି। ତେବେ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲାରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ସହ କିଛି ଜିଲାରେ ୪୦ ଡିଗ୍ରୀ ସେଲ୍ସିୟସ ଅତିକ୍ରମ କରିବା ସମ୍ଭାବନା ରହିଛି। ରାତି ତାପମାତ୍ରା ମଧ୍ୟ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏପରି ଆକଳନ କରାଯାଇଥିବାବେଳେ ସ୍ବତନ୍ତ୍ର ରିଲିଫ୍ କମିଶନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗ୍ରୀଷ୍ମକାଳୀନ ସମସ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଶିଶୁ, ବୟସ୍କ ଓ ରୋଗୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ରଖିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି।
The post ୫ ଦିନରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା appeared first on Dharitri Odia News.