୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ ବଣ୍ଟନ କରାଯାଇଛି। ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ ମିଳିବା ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ ମିଳିବା ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ଏବଂ କ୍ରିୟାନ୍ବୟନ ହେବ। ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରାଯିବ। ସରକାରଙ୍କ ପକ୍ଷରୁ ଦିଆଯାଇଥିବା […] The post ୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ appeared first on Dharitri Odia News.

୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ ବଣ୍ଟନ କରାଯାଇଛି। ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ ମିଳିବା ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି।

ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ ମିଳିବା ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ଏବଂ କ୍ରିୟାନ୍ବୟନ ହେବ। ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରାଯିବ। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରାଯିବ। ଫଳରେ ଉତ୍ତମ ଶାସନ ବ୍ୟବସ୍ଥା ପ୍ରଚଳନ ହେବ। ସରକାରଙ୍କ ଦିଶା କ’ଣ, ଉଦ୍ଦେଶ୍ୟ କ’ଣ ବିରୋଧୀ ଦେଖିବାକୁ ପାଇବେ। ୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ରାଜନୈତିକ ଦଳକୁ ଭୁଲିଯିବେ ବୋଲି କହି ପୃଥ୍ବୀରାଜ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।

The post ୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ appeared first on Dharitri Odia News.