୫ ବର୍ଷରେ ଓଡ଼ିଶାକୁ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବାର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨।୧୦(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀ ଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲ ଠାରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ମେକ୍ ଇନ୍ ଓଡିଶା କନକ୍ଲେଭ’ଉତ୍କର୍ଷ ୨୦୨୫’ର ପ୍ରାକ୍ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରୁଛନ୍ତି। ଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ସେ ଦୁଇ ଦିନିଆ ଦିଲ୍ଲୀ […] The post ୫ ବର୍ଷରେ ଓଡ଼ିଶାକୁ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବାର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର, ୨।୧୦(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀ ଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲ ଠାରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ମେକ୍ ଇନ୍ ଓଡିଶା କନକ୍ଲେଭ’ଉତ୍କର୍ଷ ୨୦୨୫’ର ପ୍ରାକ୍ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରୁଛନ୍ତି।
ଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ସେ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଓଡିଶାକୁ ବଡ ସଂଖ୍ୟାରେ ପରୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଲାଗି ତାଙ୍କ ଉଦ୍ୟମ ରହିବ। ପୁଞ୍ଜିନିବେଶକାରୀଙ୍କ ସହ ଓ୍ବାନ୍ ଟୁ ଓ୍ବାନ ଆଲୋଚନା କରିବେ। ଆସନ୍ତା ବର୍ଷ ଜାନୁଆରୀ ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡିଶା: ମେକ୍ ଇନ୍ ଓଡିଶା ୨୦୨୫ କନକ୍ଲେଭ ପାଇଁ ଦିନ ଧାର୍ଯ୍ୟ ହୋଇଛି। ଫୁଡ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ପ୍ରାଥମିକତାର ସହ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା ହେବ।
ଓଡିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକାରାତ୍ମକ ଇକେ ା ସିଷ୍ଟମ ସମ୍ବନ୍ଧରେ ଅବଗତ କରାଇବେ। ଆସନ୍ତା ୫ ବର୍ଷରେ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ହେଉଛି ତାଙ୍କର ଲକ୍ଷ୍ୟ। ଖୁସିର ବିଷୟ ଗତ ୧୦୦ ଦିନ ଭିତରେ ୪୫ ହଜାର କୋଟିର ପୁଞ୍ଜି ଓଡିଶାକୁ ଆସିସାରିଛି। ତାଙ୍କ ସହିତ ଶିଳ୍ପ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଗସ୍ତ କରିବେ। ଜଗନ୍ନାଥଙ୍କ ଆଶୀର୍ବାଦରେ ଓଡିଶାକୁ ଦ୍ରୁତ ଶିଳ୍ପାୟନ ପଥରେ ଆଗେଇ ନେବା ପାଇଁ ତାଙ୍କ ପ୍ରଚେଷ୍ଟା ରହିବ। ରାଜ୍ୟବାସୀଙ୍କ ପକ୍ଷରୁ ଏହି କାର୍ଯ୍ୟର ଶୁଭାରମ୍ଭ କରିବାକୁ ୟାଉଛି ସମସ୍ତେ ଆଶୀର୍ବାଦ କରନ୍ତୁ ବୋଲି ମୋହନ କହିଛନ୍ତି।
ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀମାନେ ଗସ୍ତ କରିବେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଦେଶର ଆମ୍ବାସେଡର, ହାଇକମିଶନର, ଟ୍ରେଡ୍ କମିଶନର, କନସଲ୍ଟ ଜେନେରାଲଙ୍କ ସହିତ ଆଲୋଚନା ହେବ। ବିଭିନ୍ନ ଶିଳ୍ପପତିମାନଙ୍କ ସହିତ ଓ୍ବାନ୍ ଟୁ ଓ୍ବାନ ଆଲୋଚନା ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।ଶେଷରେ ଏକ ରୋଡ୍ ଶୋ ଆୟୋଜିତ ହେବ। ଆସନ୍ତା ଜୁନିଆରୀ ୨୮ ଏବଂ ୨୯ରେ ମେକ୍ ଇନ୍ ଓଡିଶା କାର୍ଯ୍ୟକ୍ରମ ଆୟୋଜିତ ହେବ। ତେଣୁ ଏହା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ ଝାଡଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ଶେଷ ହୋଇଛି।
The post ୫ ବର୍ଷରେ ଓଡ଼ିଶାକୁ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବାର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ appeared first on Dharitri Odia News.