୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ତଦାରଖ କଲେ ମୁଖ୍ୟ ସଚିବ
ଭୁବନେଶ୍ୱର,୧।୩(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେଦିନ ପ୍ରଧାନମନ୍ତ୍ରୀ ତେଲଙ୍ଗାନା ରାଜ୍ୟରୁ କାର୍ଯ୍ୟକ୍ରମ ସାରି ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁର ଜିଲା ଚଣ୍ଡିଖୋଲ ଯାତ୍ରା କରି ଏକ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ/ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଏକ ସାଧାରଣ ସଭାରେ ଯୋଗଦେବେ। ସେଠାରେ କାର୍ଯ୍ୟକ୍ରମ […] The post ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ତଦାରଖ କଲେ ମୁଖ୍ୟ ସଚିବ appeared first on Dharitri Odia News.
ଭୁବନେଶ୍ୱର,୧।୩(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେଦିନ ପ୍ରଧାନମନ୍ତ୍ରୀ ତେଲଙ୍ଗାନା ରାଜ୍ୟରୁ କାର୍ଯ୍ୟକ୍ରମ ସାରି ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁର ଜିଲା ଚଣ୍ଡିଖୋଲ ଯାତ୍ରା କରି ଏକ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ/ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଏକ ସାଧାରଣ ସଭାରେ ଯୋଗଦେବେ। ସେଠାରେ କାର୍ଯ୍ୟକ୍ରମ ସରିବା ପରେ ସେ ସାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ବିମାନ ଯୋଗେ କୋଲ୍କାତା ଅଭିମୁଖେ ଯାତ୍ରା କରିବେ।
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମର ଆନୁଷଙ୍ଗିକ ପ୍ରଶାସନିକ ପ୍ରସ୍ତୁତି ଓ ସୁରକ୍ଷା ସମ୍ପର୍କିତ ତଦାରଖ ବ୍ୟବସ୍ଥା ବିଷୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଶୁକ୍ରବାର ଲୋକସେବା ଭବନରେ ରାଜ୍ୟ ପ୍ରଶାସନ ତଥା ପୋଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀଙ୍କ ସହ ସବିଶେଷ ସମୀକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ପହଞ୍ଚତ୍ବା ପରେ ତାଙ୍କୁ ପାଛୋଟି ନେବା ଓ ମେଲାଣି ଦେବା ସମୟରେ ସୁରକ୍ଷା ଓ ଆନୁଷଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ତାଙ୍କର ଜରୁରିକାଳୀନ ସାମୟିକ ରହଣି ବ୍ୟବସ୍ଥା, ପ୍ରସ୍ତୁତ ହେବାକୁ ଥିବା ମଞ୍ଚର ସୁରକ୍ଷା ଯାଞ୍ଚ, କାରକେଡ୍ ବ୍ୟବସ୍ଥା, ଭିଭିଆଇପି ଯାତ୍ରା ସମୟରେ ବିଭିନ୍ନ ସେବା ପାଇଁ ଆବଶ୍ୟକ ଯାନ ବ୍ୟବସ୍ଥା, ବ୍ୟବହୃତ ହେବାକୁଥିବା ହେଲିକପ୍ଟରର ନିରାପତ୍ତା, ଚିକିତ୍ସା ବ୍ୟବସ୍ଥା ପାଇଁ ଆମ୍ବୁଲାନ୍ସ ପ୍ରସ୍ତୁତି, କାର୍ଯ୍ୟକ୍ରମ ସ୍ଥଳ ନିକଟସ୍ଥ ଡାକ୍ତରଖାନାକୁ ସ୍ବତନ୍ତ୍ର ବ୍ୟବସ୍ଥା ସହ ପୂର୍ଣ୍ଣ ପ୍ରସ୍ତୁତ ରଖିବା, ଭିଭିଆଇପିଙ୍କ ଦ୍ୱାରା ବ୍ୟବହୃତ ହେବାକୁଥିବା ସଡ଼କର ଆବଶ୍ୟକ ମରାମତି ଓ ରକ୍ଷଣାବେକ୍ଷଣ, ପରିମଳ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହକୁ ନିଶ୍ଚିତ କରାଯିବା ସମ୍ପର୍କରେ ବୈଠକରେ ବିଶଦ୍ ଭାବେ ଆଲୋଚନା କରାଯାଇଛି। କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବା ପାଇଁ ରାଜ୍ୟ ଗୃହ ବିଭାଗ ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ। ଏହି ସମୀକ୍ଷା ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବରିଷ୍ଠ ଅଧିକାରୀ ଏବଂ ପୋଲିସ ଡିଜି ପ୍ରମୁଖ ଉପସ୍ଥିତ ଥିଲେ।
The post ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ତଦାରଖ କଲେ ମୁଖ୍ୟ ସଚିବ appeared first on Dharitri Odia News.