୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, ପ୍ରାୟ ୫୦ ଯାତ୍ରୀଙ୍କୁ ଧରି ଏକ ଘରୋଇ ବସ୍‌ ବାଲେଶ୍ୱରରୁ କୋଲକାତା ଯାଉଥିଲା। ହେଲେ ବସ୍‌ଟି ଇନ୍ଦିରା ଛକ ନିକଟରେ ଭାରସାମ୍ୟ ହରାଇ […] The post ୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା appeared first on Dharitri Odia News.

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ପ୍ରାୟ ୫୦ ଯାତ୍ରୀଙ୍କୁ ଧରି ଏକ ଘରୋଇ ବସ୍‌ ବାଲେଶ୍ୱରରୁ କୋଲକାତା ଯାଉଥିଲା। ହେଲେ ବସ୍‌ଟି ଇନ୍ଦିରା ଛକ ନିକଟରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାର କରାଯାଇଛି। ଅନ୍ୟ ଏକ ବସ୍‌ ଯୋଗେ ଯାତ୍ରୀମାନେ କୋଲକାତା ଯାଇଥିବା ଜଣାପଡିଛି। ଖବର ପାଇ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

The post ୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା appeared first on Dharitri Odia News.