୬ ଜିଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ
ଭୁବନେଶ୍ୱର,୫ା୫: ସୋମବାର ଆଉ ୬ ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ବିଜେଡି। କେନ୍ଦୁଝର ପାଇଁ ଦଳ ଆଶିଷ ଚକ୍ରବର୍ତ୍ତୀଙ୍କ ନାଁ ଘୋଷଣା କରିଥିବା ବେଳେ ଖୋର୍ଦ୍ଧା ଜିଲାର ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ ପ୍ରଦ୍ୟୁମ୍ନ ତ୍ରିପାଠୀ, ମୟୂରଭଞ୍ଜ-୨: ଦେବାଶିଷ ମାରାଣ୍ଡିଙ୍କ ନାଁ ଘୋଷଣା କରିଛି। ସେହିପରି ସମ୍ବଲପୁର ପାଇଁ ରୋହିତ ପୂଜାରୀ ଏବଂ ବଲାଙ୍ଗୀର ପାଇଁ ସରୋଜ ମେହେରଙ୍କୁ ଦାୟିତ୍ୱ ଦେଇଛି ବିଜେଡି। ପୂର୍ବରୁ ବିଜେଡି ପୁରୀ ଜିଲା ପାଇଁ […] The post ୬ ଜିଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ appeared first on Dharitri Odia News.
ଭୁବନେଶ୍ୱର,୫ା୫: ସୋମବାର ଆଉ ୬ ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ବିଜେଡି। କେନ୍ଦୁଝର ପାଇଁ ଦଳ ଆଶିଷ ଚକ୍ରବର୍ତ୍ତୀଙ୍କ ନାଁ ଘୋଷଣା କରିଥିବା ବେଳେ ଖୋର୍ଦ୍ଧା ଜିଲାର ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ ପ୍ରଦ୍ୟୁମ୍ନ ତ୍ରିପାଠୀ, ମୟୂରଭଞ୍ଜ-୨: ଦେବାଶିଷ ମାରାଣ୍ଡିଙ୍କ ନାଁ ଘୋଷଣା କରିଛି।
ସେହିପରି ସମ୍ବଲପୁର ପାଇଁ ରୋହିତ ପୂଜାରୀ ଏବଂ ବଲାଙ୍ଗୀର ପାଇଁ ସରୋଜ ମେହେରଙ୍କୁ ଦାୟିତ୍ୱ ଦେଇଛି ବିଜେଡି।
ପୂର୍ବରୁ ବିଜେଡି ପୁରୀ ଜିଲା ପାଇଁ ସଭାପତି ଭାବେ ଉମା ସାମନ୍ତରାୟ , ବରଗଡ଼ ଜିଲା ପାଇଁ ସୁଶାନ୍ତ ମହାପାତ୍ର, ଭଦ୍ରକ ଜିଲା ପାଇଁ ଜଗନ୍ନାଥ ସ୍ବାଇଁ, ବୌଦ୍ଧ ଜିଲା ପାଇଁ ପୂର୍ବତନ ବାଚସ୍ପତି ପ୍ରଦୀପ ଅମାତ ଦେବଗଡ଼ର ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଗଜପତି ପାଇଁ ପ୍ରଦୀପ ନାୟକ, ଜଗତସିଂହପୁର ପାଇଁ ପ୍ରଶାନ୍ତ ମୁଦୁଲି, ଯାଜପୁର ପାଇଁ ସରୋଜ ମହାପାତ୍ର, ଝାରସୁଗୁଡା ପାଇଁ ହରିଶ ଗଣତ୍ରା, କନ୍ଧମାଳ ପାଇଁ ପଦ୍ମନାଭ ବେହେରା ଆଉ ମାଲକାନଗିରିରେ ମାନସ ମାଡକାମୀ ବିଜେଡି ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଜେଡି ନିର୍ବାଚନ ଅଧିକାରୀ ପ୍ରତାପ ଦେବ ବଡ଼ ସୂଚନା ଦେଇଛନ୍ତି।
The post ୬ ଜିଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ appeared first on Dharitri Odia News.