୬ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆଗକୁ ୫ ଦିନ ଲାଗି ରହିବ ବର୍ଷା I ପ୍ରତିଦିନ କିଛି କିଛି ସ୍ଥାନରେ ହାଲୁକାରୁ ସ୍ବଳ୍ପ ବର୍ଷା ହୋଇପାରେ। ମାତ୍ର ୬ ତାରିଖରୁ ବଢିବ ବର୍ଷାର ପରିମାଣ I କାରଣ ୭ ତାରିଖରୁ ଏକ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୭ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପଟି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ। ତେଣୁ ରାଜ୍ୟରେ ପୂର୍ବ ଲଘୁଚାପ ତୁଳନାରେ ଅଧିକ ବର୍ଷା ହୋବର ସମ୍ଭାବନା […]

ଭୁବନେଶ୍ୱର : ଆଗକୁ ୫ ଦିନ ଲାଗି ରହିବ ବର୍ଷା I ପ୍ରତିଦିନ କିଛି କିଛି ସ୍ଥାନରେ ହାଲୁକାରୁ ସ୍ବଳ୍ପ ବର୍ଷା ହୋଇପାରେ। ମାତ୍ର ୬ ତାରିଖରୁ ବଢିବ ବର୍ଷାର ପରିମାଣ I କାରଣ ୭ ତାରିଖରୁ ଏକ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୭ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପଟି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ। ତେଣୁ ରାଜ୍ୟରେ ପୂର୍ବ ଲଘୁଚାପ ତୁଳନାରେ ଅଧିକ ବର୍ଷା ହୋବର ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାୟ ୩-୪ଦିନ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ମୟୁରଭଞ୍ଜ,କେନ୍ଦୁଝର,କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି I ସେହିପରି ୧୫ କିମ୍ବା ୧୬ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ବିଭିନ୍ନ ମଡେଲରୁ ଜଣାପଡ଼ିଛି । ଆଜି ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି। କିନ୍ତୁ ସକାଳ ଠାରୁ ରାଜଧାନୀରେ କିଛି ସ୍ଥାନରେ ଆରମ୍ଭ ହୋଇଥିଲା ଝିପି ଝିପି ବର୍ଷା I
ସେହିପରି ମୌସୁମୀ ସିଜିନରେ ଏଯାଏ ରାଜ୍ୟରେ ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ସ୍ବାଭାବିକ ରହିଛି ବର୍ଷା ପରିମାଣ। ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ। ତେବେ ଆଗକୁ ଲଗାତାର ଦୁଇଟି ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାୟ ୩-୪ଦିନ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତେଣୁ ଜୁନ୍ରେ ଯେଉଁ ନିଅଣ୍ଟିଆ ବର୍ଷା ରହିଛି, ତାହା ଜୁଲାଇରେ ଭରଣା ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶା ପ୍ରକାଶ କରିଛନ୍ତି।
ଅନ୍ୟପଟେ ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି । ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।