୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ରାଜ୍ୟରେ ୬ଟି ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ I ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ୬ ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି I ଜିଲ୍ଲା ଗୁଡିକ ମଧ୍ୟରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲା ଅଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ […]

୬ଟି  ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ରାଜ୍ୟରେ ୬ଟି ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ I ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ୬ ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି I ଜିଲ୍ଲା ଗୁଡିକ ମଧ୍ୟରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲା ଅଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ।

ଆଜିର ଶୁଭାରମ୍ଭ ପରେ ୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌ ଚାଲିଲା। ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ୍‌ ଚାଲିଲା ଏବଂ, ୧୫.୫୦ଲକ୍ଷ ଲୋକ ଉପକୃତ ହେଲେ । ପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ ହେଲେ । କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ ୩୭ଟି ବସ୍‌ ଚାଲିଲା ଏବଂ ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଏବଂ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ। ଯାଜପୁରର ୨୩୩ଟି ପଞ୍ଚାୟତରେ ୩୯ଟି ବସ୍‌ ଚାଲିଲା ଏବଂ ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ ହେଲେ। ସେହିଭଳି ନୟାଗଡର ୧୮୯ଟି ପଞ୍ଚାୟତରେ ୩୧ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୯ ଲକ୍ଷ ୩୪ ହଜାର ଲୋକ ଉପକୃତ ହେଲେ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।