୬୧ ଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ପାରାଦୀପ : ୨ ମାସ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା I ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ଏହି ନିଷ୍ପତି ନିଆଯାଇଛି I ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିବ। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଛି। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସାଢ଼େ […]

୬୧ ଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
୬୧ ଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ପାରାଦୀପ : ୨ ମାସ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା I ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ଏହି ନିଷ୍ପତି ନିଆଯାଇଛି I ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିବ। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଛି। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ ଧରାଯାଇପାରିବ।ଏହି ସମୟରେ ମାଛମାନଙ୍କର ପ୍ରଜନନ ଋତୁ ଆରମ୍ଭ ହେଉଥିବା ଯୋଗୁ ସବୁ ବର୍ଷ ଏହି ସମୟରେ କେନ୍ଦ୍ର ସରକାରଙ୍କ ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶ ଉପରେ କଟକଣା ଲାଗୁ ହୋଇଥାଏ।

ଏହାଦ୍ବାରା ପ୍ରାୟ ୧୨ ଲକ୍ଷ ମତ୍ସ୍ୟଜୀବୀ ପ୍ରଭାବିତ ହେବେ। ଏପରି କଟକଣା ୨୦୦୭ ମସିହାରୁ ଚାଲିଛି। ପୂର୍ବରୁ ଏହା ୪୫ ଦିନ ରହୁଥିଲା। ୨୦୧୭ ରୁ ୬୧ ଦିନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସମୁଦ୍ରରେ ମାଛ ବଂଶ ବୃଦ୍ଧି ପାଇଁ ଏପରି କରାଯାଉଛି। ଏପ୍ରିଲ ୧୫ ରୁ ଜୁନ ୧୪ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କଟକଣା ଜାରି ହେବା ପୂର୍ବରୁ ରବିବାର ସା ସୁଦ୍ଧା ସମୁଦ୍ର ଭିତରେ ଥିବା ମାଛଧରା ବୋଟଗୁଡ଼ିକ ମାଛଧରା ବନ୍ଦର ପୋତାଶ୍ରୟକୁ ଫେରି ଆସିଛନ୍ତି I

ସୂଚନାଯୋଗ୍ୟ, ମୌସୁମୀ ଆସିବା ପୂର୍ବରୁ ମାଛମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥାଏ। ମାଛମାନେ ଏହି ସମୟରେ ଅନୁକୂଳ ପରିବେଶରେ ଅଣ୍ଡା ଦେଇଥାନ୍ତି। ମାଛ ବଢ଼ିବାକୁ ୩/୪ ମାସ ଲାଗିଥାଏ। ଏହା ପୂର୍ବରୁ କଟକଣା ଶେଷ ହୋଇଯାଉଥିବାରୁ ମାଛର ଆକାର ବହୁତ ଛୋଟ ଥାଏ। ଏହି ସମୟରେ ସମୁଦ୍ରରେ ଟ୍ରଲର, ଗିଲେଟିନ୍‌, ଭୁଟୁଭୁଟି ଆଦି ଚଳାଚଳ ଆରମ୍ଭ ହୋଇଯାଏ। ଯାହାଦ୍ବାରା ଲକ୍ଷାଧିକ ମାଛ ଓ ଯାଆଁଳ ମରିଯାଆନ୍ତି। ମତ୍ସଜୀବୀ ବଡ଼ ମାଛ ବଦଳରେ ଛୋଟ ମାଛ ଆଣିଥାନ୍ତି। ମାଛ ଉତ୍ପାଦନ କମ୍‌ ହେବା ସହିତ ଟ୍ରଲର ମାଲିକ, ମତ୍ସଜୀବୀ, ବ୍ୟବସାୟୀ କ୍ଷତି ସହିଥାନ୍ତି। ତ୍ରୁଟିପୂର୍ଣ୍ଣ ନିୟମ ପାଇଁ ମାଛର ପ୍ରଜାତି ଦିନକୁଦିନ ହ୍ରାସ ପାଇବାକୁ ବସିଲାଣି।

ତେବେ ସରକାରଙ୍କ ଏହି କଟକଣାରେ ପରିବର୍ତ୍ତନ ଦାବି କରି ମତ୍ସ୍ୟଜୀବୀମାନେ ଦୀର୍ଘ ବର୍ଷ ହେଲା ପ୍ରତିବାଦ କରିଆସୁଥିବା ବେଳେ ଏନେଇ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏହି ଦୁଇମାସ ମତ୍ସଜୀବୀଙ୍କୁ ଅଧିକ ଆର୍ଥିକ ସହାୟତା ଯୋଗାଇ ଦେବା ଏବଂ କଟକଣାକୁ କଡ଼ାକଡ଼ି କରାଯିବାକୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଯୋଗ ଦେଇଥିବା ମତ୍ସଜୀବୀ ସଂଘ ଦାବି କରିଥିଲେ।