୭୦ ବର୍ଷରୁ ଅଧିକ ପ୍ରତ୍ୟେକ ଭାରତୀୟଙ୍କୁ ମାଗଣା ସ୍ୱାସ୍ଥ୍ୟସେବା ଦେବେ ସରକାର
ନୂଆଦିଲ୍ଲୀ,୨୭।୬: ୭୦ ବର୍ଷରୁ ଅଧିକ ବୟସର ପ୍ରତ୍ୟେକ ଭାରତୀୟ ନାଗରିକଙ୍କୁ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା ଯୋଜନା ଅଧୀନରେ ମାଗଣା ଚିକିତ୍ସା ଯୋଗାଇ ଦିଆଯିବ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର କହିଛନ୍ତି। ଦେଶରେ ୨୫,୦୦୦ ଜନ ଔଷଧି କେନ୍ଦ୍ରର ଉଦଘାଟନ ମଧ୍ୟ ଦ୍ରୁତ ଗତିରେ ଅଗ୍ରଗତି କରୁଛି ବୋଲି ସଂସଦର ମିଳିତ ବୈଠକକୁ ସମ୍ବୋଧିତ କରିବାବେଳେ ସେ କହିଛନ୍ତି। ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି-ପିଏମଜେ) ଅଧୀନରେ ୫୫ କୋଟି ହିତାଧିକାରୀଙ୍କୁ ମାଗଣା ସ୍ୱାସ୍ଥ୍ୟ […] The post ୭୦ ବର୍ଷରୁ ଅଧିକ ପ୍ରତ୍ୟେକ ଭାରତୀୟଙ୍କୁ ମାଗଣା ସ୍ୱାସ୍ଥ୍ୟସେବା ଦେବେ ସରକାର appeared first on Dharitri Odia News.
ନୂଆଦିଲ୍ଲୀ,୨୭।୬: ୭୦ ବର୍ଷରୁ ଅଧିକ ବୟସର ପ୍ରତ୍ୟେକ ଭାରତୀୟ ନାଗରିକଙ୍କୁ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା ଯୋଜନା ଅଧୀନରେ ମାଗଣା ଚିକିତ୍ସା ଯୋଗାଇ ଦିଆଯିବ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର କହିଛନ୍ତି। ଦେଶରେ ୨୫,୦୦୦ ଜନ ଔଷଧି କେନ୍ଦ୍ରର ଉଦଘାଟନ ମଧ୍ୟ ଦ୍ରୁତ ଗତିରେ ଅଗ୍ରଗତି କରୁଛି ବୋଲି ସଂସଦର ମିଳିତ ବୈଠକକୁ ସମ୍ବୋଧିତ କରିବାବେଳେ ସେ କହିଛନ୍ତି।
ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି-ପିଏମଜେ) ଅଧୀନରେ ୫୫ କୋଟି ହିତାଧିକାରୀଙ୍କୁ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି ବୋଲି ରାଷ୍ଟ୍ରପତି ମୁର୍ମୁ କହିଛନ୍ତି। ସେ “ଆହୁରି ମଧ୍ୟ ସରକାର ଏହି କ୍ଷେତ୍ରରେ ଆଉ ଏକ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ବର୍ତ୍ତମାନ ୭୦ ବର୍ଷରୁ ଅଧିକ ବୟସ୍କ ପ୍ରତ୍ୟେକ ବ୍ୟକ୍ତିଙ୍କୁ ମଧ୍ୟ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ମାଗଣା ଚିକିତ୍ସାର ସୁବିଧା ମିଳିବ ବୋଲି ରାଷ୍ଟ୍ରପତି କହିଛନ୍ତି।
ବିଶ୍ୱର ସର୍ବ ବୃହତ ସାର୍ବଜନୀନ ଅନୁଦାନ ପ୍ରାପ୍ତ ସ୍ୱାସ୍ଥ୍ୟ ବୀମା ଯୋଜନା ଏବି-ପିଏମଜେ ୧୨ କୋଟି ପରିବାରକୁ ପ୍ରତି ବର୍ଷ ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇବାକୁ ଲକ୍ଷ୍ୟ ରଖିଛି।
ଆୟୁଷ୍ମାନ ଭାରତ ଅଧୀନରେ ଥିବା ଡାକ୍ତରଖାନାଗୁଡ଼ିକର ସଶକ୍ତିକରଣ ପାଇଁ ହସ୍ପିଟାଲ୍ ଏମ୍ପାନେଲମେଣ୍ଟ ଆଣ୍ଡ ମ୍ୟାନେଜମେଣ୍ଟ (HEM) ନିର୍ଦ୍ଦେଶାବଳୀ ଏହି ଯୋଜନା ଅନ୍ତର୍ଗତ ଡାକ୍ତରଖାନାଗୁଡ଼ିକର ସୟିତ୍ୱ ସହିତ ରାଜ୍ୟ ସ୍ୱାସ୍ଥ୍ୟ ଏଜେନ୍ସିଗୁଡିକ (SHAs) କୁ ନିର୍ଦ୍ଦେଶ ଦେଇଛି।
The post ୭୦ ବର୍ଷରୁ ଅଧିକ ପ୍ରତ୍ୟେକ ଭାରତୀୟଙ୍କୁ ମାଗଣା ସ୍ୱାସ୍ଥ୍ୟସେବା ଦେବେ ସରକାର appeared first on Dharitri Odia News.