୭୫ ଅଭିଯୋଗ ଶୁଣାଣି କଲେ ଜିଲାପାଳ
ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାପାଳଙ୍କ ସମେତ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା ଏବଂ ପଦ୍ମପୁର ଅତିରିକ୍ତ ଜିଲାପାଳ କୃଣାଳ ମୋତିରାମ ଚୌହାନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ […] The post ୭୫ ଅଭିଯୋଗ ଶୁଣାଣି କଲେ ଜିଲାପାଳ appeared first on Dharitri Odia News.
ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାପାଳଙ୍କ ସମେତ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା ଏବଂ ପଦ୍ମପୁର ଅତିରିକ୍ତ ଜିଲାପାଳ କୃଣାଳ ମୋତିରାମ ଚୌହାନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାଶନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୭୫ ଅଭିଯୋଗ ମଧ୍ୟରୁ ୫୨ ଗୋଟି ବ୍ୟକ୍ତିଗତ, ୨୩ ଗୋଟି ସାମୂହିକ ଅଭିଯୋଗ ଥିଲା ଏବଂ ତନ୍ମଧ୍ୟରୁ ୨ ଗୋଟି ଅଭିଯୋଗର ତତ୍କ୍ଷଣାତ୍ ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
The post ୭୫ ଅଭିଯୋଗ ଶୁଣାଣି କଲେ ଜିଲାପାଳ appeared first on Dharitri Odia News.