୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ

ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ବୁଧବାର ପୂର୍ବାହ୍ନରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ୧୩ ଏପ୍ରିଲ ୧୯୪୮ ରେ ପ୍ରତିଷ୍ଠା ହୋଇଥିବା ଭୁବନେଶ୍ୱର ରାଜଧାନୀ ଏ ବର୍ଷ ୭୭ ବର୍ଷରେ ପଦାର୍ପଣ କରୁଛି । ପ୍ରାରମ୍ଭରେ ଭୁବନେଶ୍ୱର ମହାନଗର ନିଗମ […] The post ୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ appeared first on Dharitri Odia News.

୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ

ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ବୁଧବାର ପୂର୍ବାହ୍ନରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।

୧୩ ଏପ୍ରିଲ ୧୯୪୮ ରେ ପ୍ରତିଷ୍ଠା ହୋଇଥିବା ଭୁବନେଶ୍ୱର ରାଜଧାନୀ ଏ ବର୍ଷ ୭୭ ବର୍ଷରେ ପଦାର୍ପଣ କରୁଛି । ପ୍ରାରମ୍ଭରେ ଭୁବନେଶ୍ୱର ମହାନଗର ନିଗମ କମିଶନର ରାଜେଶ ପ୍ରଭାକର ପାଟିଲ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ପ୍ରସ୍ତୁତି ସଂପର୍କରେପ୍ରସ୍ତାବ ଉପସ୍ଥାପନ କରିଥିଲେ । ଚଳିତ ବର୍ଷ ରାଜଧାନୀ ପ୍ରତିଷ୍ଠା ଦିବସକୁ ଏପ୍ରିଲ ୧୩ ଓ ୧୪ ଦୁଇଦିନ ଧରି ମହା ସମାରୋହରେ ପାଳନ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଅପ୍ରେଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ “ଓଡ଼ିଆ ପକ୍ଷ” ପାଳନ କରାଯାଉଥିବା ବେଳେ ଏହି ପରିପ୍ରେକ୍ଷୀରେ ପ୍ରତି ଦିନ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପାଇଁ ସ୍ତିରୀକୃତ ହୋଇଛି । ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ଅପ୍ରେଲ ୧୩ ତାରିଖ ରବିବାର ପାରମ୍ପରିକ “ଓଡ଼ିଆ ଖାଦ୍ୟ ପାଇଁ ଦିନଟିଏ” ଏବଂ ଅପ୍ରେଲ ୧୪ରେ “ଓଡ଼ିଆ ନୂଆବର୍ଷ” ପାଳନ ହେବ ।

ଓଡ଼ିଆ ପକ୍ଷ ପାଳନ ଅବସରରେ ରାଜଧାନୀରେ ବିଭିନ୍ନ କାର୍ଯ୍ୟକ୍ରମ ହେଉଥିବାରୁ ୧୪ଦିନ ପର୍ଯ୍ୟନ୍ତ ରାଜଧାନୀରେ ଉତ୍ସବର ମାହୋଲ ରହିବ। ଏହାକୁ ଦୃଷ୍ଟିରେ ରଖି ଅପ୍ରେଲ ୧୩ ତାରିଖରେ ରାଜଧାନୀ ପ୍ରତିଷ୍ଠା ଦିବସପ୍ରଥମ ଦିବସ ସମାରୋହ ସହ ୧୪ ତାରିଖ ଦ୍ୱିତୀୟ ଦିନରେ ଓଡ଼ିଆ ନୂଆବର୍ଷ ପାଳନ ସମେତ ରାଜଧାନୀ ପ୍ରତିଷ୍ଠା ଦିବସକୁ ସାମିଲ କରାଯାଇ ଉତ୍ସବକୁ ଅଧିକ ଆକର୍ଷଣୀୟ ଭାବେ ଆୟୋଜନ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ତରଫରୁ ଏହା ପୂର୍ବ ଭଳି ଏଥର ମଧ୍ୟ ୩ଦିନ ଧରି ପାଳନ କରାଯିବା ପାଇଁ ଅନୁରୋଧ କରାଯାଇଥିଲା। ଗତ ବର୍ଷ ସାଧାରଣ ନିର୍ବାଚନ-୨୦୨୪ ଆଦର୍ଶ ଆଚରଣ ବିଧି ଏବଂ ଗ୍ରୀଷ୍ଣ ପ୍ରବାହ ଯୋଗୁଁ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହକୁ ସୀମିତ ଆୟୋଜନ ମଧ୍ୟରେ ଗୋଟିଏ ଦିନରେ ଅନୁଷ୍ଠିତ ହୋଇଥିଲା।

The post ୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ appeared first on Dharitri Odia News.