୯ ବର୍ଷ ପରେ ପାକିସ୍ତାନ ଯାଉଛନ୍ତି ଏସ୍.ଜୟଶଙ୍କର...୨୪ ଘଣ୍ଟାରେ କ’ଣ କ’ଣ କରିବେ
ନୂଆଦିଲ୍ଲୀ ୧୫/ ୧୦: ପାକିସ୍ତାନ ଗସ୍ତରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର । ପାକିସ୍ତାନରେ ଆୟୋଜିତ ହେଉଥିବା SCO ସମ୍ମିଳନୀରେ ଯୋଗ ଦେବେ । ୯ ବର୍ଷ ପରେ ଭାରତୀୟ ବୈଦେଶିକ ମନ୍ତ୍ରୀଙ୍କ ପ୍ରଥମ ପାକିସ୍ତାନ ଗସ୍ତ । ଜୟଶଙ୍କରଙ୍କର ଏହି ୨୪ ଘଣ୍ଟିଆ ଗସ୍ତକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା । ଦୀର୍ଘ ବର୍ଷ ଧରି ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ମଧ୍ୟରେ ଭାରତର ପ୍ରଥମ ଉଚ୍ଚସ୍ତରୀୟ ପାକିସ୍ତାନ ଗସ୍ତ । ଗସ୍ତ ଅବସରରେ ଜୟଶଙ୍କର ଏବଂ ପାକିସ୍ତାନୀ ପ୍ରତିପକ୍ଷ ଇଶାକ ଡାରଙ୍କ ମଧ୍ୟରେ କୌଣସି ଦ୍ବିପାକ୍ଷିକ ବୈଠକକୁ ଉଭୟ ପକ୍ଷ ପ୍ରତ୍ୟାଖ୍ୟାନ କରିଛନ୍ତି । ପୂର୍ବରୁ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବେ ସୁଷମା ସ୍ବରାଜ ଶେଷ ଥର ପାଇଁ ପାକିସ୍ତାନ ଗସ୍ତ କରିଥିଲେ। ୨୦୧୫ ଡିସେମ୍ବରରେ ଆଫଗାନିସ୍ତାନ ସମ୍ପର୍କିତ ଏକ ସମ୍ମିଳନୀରେ ଯୋଗଦେବା ପାଇଁ ସେ ଇସଲାମାବାଦ ଗସ୍ତ କରିଥିଲେ।
ନୂଆଦିଲ୍ଲୀ ୧୫/ ୧୦: ପାକିସ୍ତାନ ଗସ୍ତରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର । ପାକିସ୍ତାନରେ ଆୟୋଜିତ ହେଉଥିବା SCO ସମ୍ମିଳନୀରେ ଯୋଗ ଦେବେ । ୯ ବର୍ଷ ପରେ ଭାରତୀୟ ବୈଦେଶିକ ମନ୍ତ୍ରୀଙ୍କ ପ୍ରଥମ ପାକିସ୍ତାନ ଗସ୍ତ । ଜୟଶଙ୍କରଙ୍କର ଏହି ୨୪ ଘଣ୍ଟିଆ ଗସ୍ତକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା । ଦୀର୍ଘ ବର୍ଷ ଧରି ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ମଧ୍ୟରେ ଭାରତର ପ୍ରଥମ ଉଚ୍ଚସ୍ତରୀୟ ପାକିସ୍ତାନ ଗସ୍ତ ।
ଗସ୍ତ ଅବସରରେ ଜୟଶଙ୍କର ଏବଂ ପାକିସ୍ତାନୀ ପ୍ରତିପକ୍ଷ ଇଶାକ ଡାରଙ୍କ ମଧ୍ୟରେ କୌଣସି ଦ୍ବିପାକ୍ଷିକ ବୈଠକକୁ ଉଭୟ ପକ୍ଷ ପ୍ରତ୍ୟାଖ୍ୟାନ କରିଛନ୍ତି । ପୂର୍ବରୁ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବେ ସୁଷମା ସ୍ବରାଜ ଶେଷ ଥର ପାଇଁ ପାକିସ୍ତାନ ଗସ୍ତ କରିଥିଲେ। ୨୦୧୫ ଡିସେମ୍ବରରେ ଆଫଗାନିସ୍ତାନ ସମ୍ପର୍କିତ ଏକ ସମ୍ମିଳନୀରେ ଯୋଗଦେବା ପାଇଁ ସେ ଇସଲାମାବାଦ ଗସ୍ତ କରିଥିଲେ।