୯ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା
କଟକ : ଆସନ୍ତା ୯ ତାରିଖରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ୧ ଲକ୍ଷ ୪୭ ହଜାର ୯୧୧ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଷଷ୍ଠ ଶ୍ରେଣୀ ଏବଂ ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟାରୁ ସପ୍ତମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ହେବ। ଏଥିନିମନ୍ତେ ରାଜ୍ୟରେ ୭୦୪ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ସୋମବାରଠାରୁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) […]

କଟକ : ଆସନ୍ତା ୯ ତାରିଖରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ୧ ଲକ୍ଷ ୪୭ ହଜାର ୯୧୧ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଷଷ୍ଠ ଶ୍ରେଣୀ ଏବଂ ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟାରୁ ସପ୍ତମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ହେବ।
ଏଥିନିମନ୍ତେ ରାଜ୍ୟରେ ୭୦୪ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ସୋମବାରଠାରୁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ୱେବ୍ସାଇଟ୍ରେ ଆଡମିଟ୍ କାର୍ଡ ଅପଲୋଡ୍ କରାଯାଇଛି। ପରୀକ୍ଷାର୍ଥୀମାନେ ୱେବ୍ସାଇଟ୍ରେ ସେମାନଙ୍କର ନାମ ଏବଂ ବାପାଙ୍କ ନାମ କିମ୍ବା ପଞ୍ଜୀକରଣ ନମ୍ବର ଦେଇ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।