୯ରେ ଦକ୍ଷିଣ ଓଡ଼ିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ୱର,୮ା୬(ଅନିଲ ଦାସ): ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି । ଏଥିପାଇଁ ପାଗ ଅନୁକୂଳ ହୋଇଛି । ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଆଦି ଜିଲାର କେତେକ ଭାଗରେ ପ୍ରବେଶ କରିବ। ୯ ଓ ୧୦ ତାରିଖରେ ଉକ୍ତ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୧ରୁ ଏହା ଦୁର୍ବଳ ହୋଇଯିବ। ଆସନ୍ତା ୧୭ […] The post ୯ରେ ଦକ୍ଷିଣ ଓଡ଼ିଶା ଛୁଇଁପାରେ ମୌସୁମୀ appeared first on Dharitri Odia News.
ଭୁବନେଶ୍ୱର,୮ା୬(ଅନିଲ ଦାସ): ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି । ଏଥିପାଇଁ ପାଗ ଅନୁକୂଳ ହୋଇଛି । ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଆଦି ଜିଲାର କେତେକ ଭାଗରେ ପ୍ରବେଶ କରିବ। ୯ ଓ ୧୦ ତାରିଖରେ ଉକ୍ତ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୧ରୁ ଏହା ଦୁର୍ବଳ ହୋଇଯିବ। ଆସନ୍ତା ୧୭ ତାରିଖ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାକୁ ଥିବାରୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ହେବ ନାହିଁ। ଏହି ସମୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩ରୁ ୪୪ ଡିଗ୍ରୀକୁ ଛୁଇଁବା ସମ୍ଭାବନା ରହିଛି । ଆସନ୍ତା ୧୮ ଏବଂ ୧୯ ତାରିଖରେ ପାଗ ଅନୁକୂଳ ରହିବ। ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ରହିଛି। ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମୀ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବେଶ କରିବା ସମ୍ଭାବନା ରହିଛି। ପାଗ ଅନୁକୂଳ ହେବା ପରେ ରାଜ୍ୟର ଅନ୍ୟ ଭାଗକୁ ମୌସୁମୀ ପ୍ରବେଶ କରିବ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାବେଳେ ଉପକୂଳ ଓଡ଼ିଶାରେ ଗରମ ସାଙ୍ଗକୁ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ବରଗଡ଼, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାରେ ଗରମ ସାଙ୍ଗକୁ ଆର୍ଦ୍ରତା ବୃଦ୍ଧି ପାଇବ। ଅସହ୍ୟ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଦିଆଯାଇଛି। ତେବେ ଏହି ସମୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଆଦି ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ରାଜ୍ୟର ବିଭିନ୍ନ ଭାଗରେ ଆସନ୍ତା ୧୧ ତାରିଖ ଯାଏ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।
The post ୯ରେ ଦକ୍ଷିଣ ଓଡ଼ିଶା ଛୁଇଁପାରେ ମୌସୁମୀ appeared first on Dharitri Odia News.